ଭୁବନେଶ୍ୱର: ଦକ୍ଷିଣ ବାଂଲାଦେଶ ଏବଂ ଏହାର ଆଖପାଖ ଅଞ୍ଚଳର ବାୟୁ ମଣ୍ଡଳ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି ଯାହାର ଉତ୍ତର ଆଭ୍ୟନ୍ତରଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି କରିଛି ବିଭାଗ । ଆସନ୍ତା ୨୪ ଘଣ୍ଟା ପାଇଁ ରାଜ୍ୟରେ ଅନେକ ସ୍ଥାନରେ ମଧ୍ୟମ ଧରଣର ବର୍ଷା ସହ ଗୋଟେ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି ।
ବର୍ଷା ସହ ବିଜୁଳି ଘଡଘଡି ଓ ଘଣ୍ଟା ପ୍ରତି ୩୦ ରୁ ୩୫ କିମି ବେଗରେ ପବନ ବହିବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଏଥିପାଇଁ ଅନେକ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଆଜି ମୟୂରଭଞ୍ଜ, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ଯାଜପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, କଟକ, କେଉଁଝର ଆଦି ଜିଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ହୋଇପାରେ ।
ସେହିପରି ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ବୌଦ୍ଧ, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଆଦି ଜିଲାକୁ ବଜ୍ରପାତ ଭୟ ରହିଛି ।
ଗୁରୁବାର ପର୍ଯ୍ୟନ୍ତ ଏହିସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି । ୩୧ ତାରିଖ ପରଠାରୁ ବର୍ଷା କମିବା ନେଇ ଆକଳନ କରାଯାଇଛି ।
Comments are closed.