Latest Odisha News

BREAKING NEWS

କେଉଁସବୁ ଜିଲ୍ଲାରେ ରହିଛି ପ୍ରବଳ ବର୍ଷାର ସମ୍ଭାବନା, ଜାଣନ୍ତୁ

ଭୁବନେଶ୍ୱର: ଆଗାମୀ ୧୨ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲା ଗୁଡ଼ିକରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି । ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ ଉତ୍ତର ଓଡ଼ିଶା ଏବଂ ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲାର କିଛି ଅଞ୍ଚଳରେ ମଧ୍ୟମ ଧରଣର ବୃଷ୍ଟିପାତ ହେବ ।

ଏହିସବୁ ସ୍ଥାନମାନଙ୍କରେ ବଜ୍ରପାତ ସହିତ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି । ଯେଉଁ ଜିଲ୍ଲାମାନଙ୍କୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି ସେହି ଜିଲ୍ଲା ଗୁଡ଼ିକ ହେଲା – ବଲାଙ୍ଗୀର, ସୋନପୁର, ସମ୍ବଲପୁର, ବୌଦ୍ଧ, ଦେଓଗଡ଼, ଅନୁଗୁଳ, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, କନ୍ଧମାଳ ଏବଂ ଖୋର୍ଦ୍ଧା ଜିଲ୍ଲା ।

ଯେଉଁସବୁ ଜିଲ୍ଲାଗୁଡ଼ିକରେ ପବନ ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ସେହିସବୁ ଜିଲ୍ଲା ଗୁଡ଼ିକ ହେଲା ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଦେଓଗଡ଼, ଭଦ୍ରକ, ଯାଜପୁର, କଟକ ଏବଂ କନ୍ଧମାଳ ଜିଲ୍ଲା ।

ଏହିସବୁ ଜିଲ୍ଲାଗୁଡ଼ିକର ଗୋଟିଏ ବା ଦୁଇଟି ସ୍ଥାନରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟରେ ନିରାପଦ ସ୍ଥାନମାନଙ୍କରେ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ପରାମର୍ଶ ଦିଆଯାଇଛି ।

Leave A Reply

Your email address will not be published.