Latest Odisha News

BREAKING NEWS

ଆଜି ରାତିରେ କେଉଁସବୁ ଜିଲ୍ଲାରେ ହେବ ବର୍ଷା, ଜାଣନ୍ତୁ

ଭୁବନେଶ୍ୱର: ଶନିବାର ରାତିରେ ରାଜ୍ୟର କିଛି ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଥିବାର ସୂଚନା ଦେଇଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଏହିସବୁ ଜିଲ୍ଲାଗୁଡ଼ିକରେ ବଜ୍ରପାତ ସହିତ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି । ଶନିବାର ରାତି ୧୧ଟା ୩୦ରେ ଏହି ସବୁ ଜିଲ୍ଲା ଗୁଡ଼ିକରେ ବୃଷ୍ଟିପାତ ହେବ । ରାଜ୍ୟର ସମ୍ବଲପୁର, ସୋନପୁର, ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ ଜିଲ୍ଲାର କିଛି ଅଞ୍ଚଳରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

ଏହି ସମୟରେ ନିରାପଦ ସ୍ଥାନରେ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ପରାମର୍ଶ ଦିଆଯାଇଛି ।

Leave A Reply

Your email address will not be published.