ଭୁବନେଶ୍ୱର: ଶୁକ୍ରବାର ଏବଂ ଶନିବାର ଅର୍ଥାତ୍ ଜାନୁୟାରୀ ୨୧ ଓ ୨୨ରେ ଓଡିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଏବଂ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏ ନେଇ ଭାରତୀୟ ପାଣିପାଗ ବିଭାଗ ଏବଂ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
ବୁଧବାର ଏବଂ ଗୁରୁବାର ଦିନ ବିଭିନ୍ନ ଜିଲ୍ଲାରେ ଘନ କୁହୁଡ଼ି ପାଇଁ ଏହାର ‘ୟେଲୋ’ ୱାର୍ଣ୍ଣିଂ ଜାରି କରିଛି।
୨୧ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା ଏବଂ ଜଗତସିଂହପୁରର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଛି। ଅବଶିଷ୍ଟ ସ୍ଥାନରେ ପାଗ ଶୁଖିଲା ରହିବାର ସମ୍ଭାବନା ରହିଛି।
୨୨ ତାରିଖରେ ଝାରସୁଗୁଡା, ବରଗଡ, ସୁନ୍ଦରଗଡ, କେନ୍ଦୁଝର ଏବଂ ମୟୂରଭଞ୍ଜରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ରାଜ୍ୟର ଅବଶିଷ୍ଟ ସ୍ଥାନରେ ଶୁଖିଲା ପାଗ ରହିବାର ସମ୍ଭାବନା ରହିଛି।
Comments are closed.