Latest Odisha News

BREAKING NEWS

ରାଜ୍ୟରେ ଆଜିଠୁ ବଢ଼ିବ ବର୍ଷା, ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ଆଜିଠୁ ବଢ଼ିବ ବର୍ଷା ପରିମାଣ । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରର କେନ୍ଦ୍ର ଭାଗ ଉପରେ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ରାଜ୍ୟର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ବର୍ଷା ପାଇଁ ଆଜି ୨୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆଜି ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ ଯାଜପୁର ଜିଲ୍ଲା‌ରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବା ନେଇ ସୂଚନା ।

ଆସନ୍ତାକାଲି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାର କେତେକ ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ସେହିପରି ୬ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି ଓ କନ୍ଧମାଳ ଆଦି ଜିଲ୍ଲାର କେତେକ ସ୍ଥାନରେ ‌ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Leave A Reply

Your email address will not be published.