Latest Odisha News

ପୁଣି ଆଉ ଏକ ଲଘୁଚାପ: ୬ ଯାଏଁ ପ୍ରବଳ ବର୍ଷିବ 

ଭୁବନେଶ୍ୱର: ପୁଣି ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା। ଏହାର ପ୍ରଭାବରେ ଆସନ୍ତା ୬ ତାରିଖ ଯାଏଁ ପ୍ରବଳ ବର୍ଷା ନେଇ ସତର୍କ କରାଇଲା ପାଣିପାଗ ବିଭାଗ।

ଆସନ୍ତାକାଲି ଅର୍ଥାତ୍ ଗୁରୁବାର ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହାର ପ୍ରଭାବରେ ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ଏଥିସହିତ ଆସନ୍ତାକାଲି ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରିଛି ପାଣିପାଗ ବିଭାଗ। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ନୂଆପଡ଼ା ଓ ବଲାଙ୍ଗୀର ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୟେଲ୍ଲୋ ୱାର୍ଣ୍ଣିି ଜାରି କରାଯାଇଛି।

Comments are closed.