Latest Odisha News

BREAKING NEWS

ଆଜି ରାତିରୁ ବର୍ଷା ଆଶଙ୍କା, ୭୨ ଘଣ୍ଟା ମଧ୍ୟରେ ଲଘୁଚାପ ଘନୀଭୂତ ହେବା ସମ୍ଭାବନା

ଭୁବନେଶ୍ୱର : ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳ ଆଡ଼କୁ ଏକ ‘ଅପର୍ ଏୟାର୍ ୱେଷ୍ଟର୍ଲି ଟ୍ରଫ’ ଗତି କରୁଥିବା ବେଳେ ଏହାର ପ୍ରଭାବରେ ଆଭ୍ୟନ୍ତରୀଣ ଓ ଉତ୍ତର ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ।

ଏନେଇ ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟ ଏବଂ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ବୁଲେଟିନ ରୁ ସୂଚନା ମିଳିଛି । ଏହି ବୁଲେଟିନ୍ ଅନୁଯାୟୀ କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗିର, ବୌଦ୍ଧ ଏବଂ ସୋନପୁରରେ ସାମାନ୍ୟରୁ ମଧ୍ୟମଧରଣର ବର୍ଷା ହେବାର ଆଶଙ୍କା ରହିଥିବା ନେଇ ଜଣାପଡିଛି।

ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୭୨ ଘଣ୍ଟା ମଧ୍ୟରେ ଘନୀଭୂତ ହେବ ଏବଂ ଏହା ତାମିଲନାଡୁ ଓ ଆନ୍ଧ୍ରପ୍ରଦେଶ ଉପକୂଳ ଆଡ଼କୁ ମୁହାଁଇବ। ପରବର୍ତ୍ତୀ ସମୟରେ ଏହା ଉପକୂଳ ଅତିକ୍ରମ କରି ଓଡିଶା ଆଡକୁ ମୁହାଁଇବା ନେଇ ଆଶଙ୍କା କରାଯାଉଥିବା ବେଳେ ଏହାର ପ୍ରଭାବରେ ଦକ୍ଷିଣ ଓଡିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି ।

ଜିଲ୍ଲା ଗୁଡିକ ମଧ୍ୟରେ ଖୋର୍ଦ୍ଧା, ପୁରୀ, ନୟାଗଡ଼ ଏବଂ ଗଞ୍ଜାମ ରହିଥିବା ବେଳେ ଆସନ୍ତା ଡିସେମ୍ବର ୧୫ ଓ ୧୬ ତାରିଖରେ ଏହି ଅଞ୍ଚଳ ଗୁଡିକରେ ବର୍ଷା ହେବାର ସମ୍ଭାବନା ରହିଛି ।

ଅନ୍ୟପକ୍ଷରେ ଜଗତସିଂହପୁର, କେନ୍ଦ୍ରାପଡା, ଅନୁଗୁଳ ଏବଂ ଢେଙ୍କାନାଳ ଜିଲ୍ଲାରେ ମଧ୍ୟ ଡିସେମ୍ବର ୧୫ରୁ ୧୭ ତାରିଖ ମଧ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି ।

Leave A Reply

Your email address will not be published.