Latest Odisha News

BREAKING NEWS

Weather Update: ଆସନ୍ତାକାଲି ଏସବୁ ଜିଲ୍ଲାରେ ବର୍ଷିବ! ଜାରି ହେଲା ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ଓଡ଼ିଶା ଉପକୂଳ ବଙ୍ଗୋପସାଗରରେ ଲଘୁଚାପ ଧୀରେ ଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ଅଧିକ ଘନୀଭୂତ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଲଘୁଚାପ ପ୍ରଭାବରେ ଏବେ ରାଜ୍ୟରେ ବର୍ଷା ଲାଗି ରହିଛି । ୩୧ ତାରିଖ ଯାଏଁ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

ତେବେ ଆସନ୍ତାକାଲି ପାଇଁ ୨୦ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଉକ୍ତ ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର । ସେହିପରି ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିକୁ ୱାର୍ଣ୍ଣିଂ କରାଯାଇଛି ।

Comments are closed.