Latest Odisha News

BREAKING NEWS

‘ଅମ୍ଫାନ’ପ୍ରଭାବ, ୬ ଜିଲ୍ଲାରେ ପ୍ରବଳ ବର୍ଷିବ: ଆଇଏମ୍‌ଡି

ନୂଆଦିଲ୍ଲୀ: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ ‘ଅମ୍ଫାନ’ ପ୍ରଭାବରେ ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । କୋରାପୁଟ‌, ରାୟଗଡ଼ା ସମେତ ରାଜ୍ୟର ଅନ୍ୟ ବହୁ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ସାମୁଦ୍ରିକ୍ ଝଡ଼ ଅମ୍ପାନ କାରଣରୁ ବିଭିନ୍ନ ଜିଲ୍ଲାକୁ ୟେଲୋ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ୧୯ ତାରିଖରେ ଗଞ୍ଜାମ, ଗଜପତି, ପୁରୀ, ଜଗତ୍‌ସିଂହପୁର ଓ କେନ୍ଦ୍ରାପଡ଼ାରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ ହୋଇଛି। ଏହି ସବୁ ଜିଲ୍ଲାକୁ ‌ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ୨୦ ତାରିଖରେ ବାଲେଶ୍ବର, ଭଦ୍ରକ, ଯାଜପୁର, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଡ଼ଘଡ଼ି ହେବ। ଏନେଇ ଆଇଏମ୍‌ଡି ସୂଚନା ଦେଇଛି । କଟକ ଓ ଖୋର୍ଦ୍ଧାରେ ମଧ୍ୟ ବର୍ଷାପବନ ଲାଗି ରହିବ। ଏହି ସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

Leave A Reply

Your email address will not be published.