Latest Odisha News

BREAKING NEWS

ପାଣିପାଗ ବିଭାଗର ସତର୍କ ସୂଚନା: ଓଡ଼ିଶାରେ ଘଡ଼ଘଡ଼ି ସହ ପବନ ଓ ବର୍ଷା ଆଶଙ୍କା

ଭୁବନେଶ୍ୱର: ଭାରତୀୟ ପାଣିପାଗ କେନ୍ଦ୍ର (ଆଇଏମଡ଼ି)ର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡ଼ିଶାରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ନେଇ ଏକ ସତର୍କ ସୂଚନା ଜାରି କରାଯାଇଛି ।

ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ଯେ, ଶନିବାର ଦିନ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିିଶାର ୨ରୁ ୩ଟି ସ୍ଥାନରେ ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସତର୍କ ସୂଚନାନୁଯାୟୀ ରାଜ୍ୟର ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, ମୟୁରଭଞ୍ଜ, କେନ୍ଦୁଝର, ଯାଜପୁର, କେନ୍ଦ୍ରାପଡ଼ା, କଟକ, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରେ ଘଡ଼ଘଡ଼ି ଓ ପବନ ବହିବା ସହିତ ବୃଷ୍ଟିପାତ ହେବାର ଯଥେଷ୍ଟ ସମ୍ମାବନା ରହିଛି ।

ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ସୋନପୁର, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ଖୋର୍ଦ୍ଧା ଓ ବଲାଙ୍ଗୀର ଜିଲ୍ଲା ସହିତ ଦକ୍ଷିଣ ଓ ଉତ୍ତର ଓଡ଼ିଶାର କେତେକାଂଶରେ ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ରହିଛି ।

Leave A Reply

Your email address will not be published.