Latest Odisha News

ରାଜ୍ୟରେ ବର୍ଷା ଆଶଙ୍କା, ୧୧ ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର: ଆସନ୍ତା ଫେବୃଆରୀ ୧୬ ଓ ୧୭ ତାରିଖ ବେଳକୁ ଓଡିଶାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ଭାରତୀୟ ପାଣିପାଗ ବିଭାଗର ଆଞ୍ଚଳିକ କେନ୍ଦ୍ର ଅନୁଯାୟୀ, ଫେବୃଆରୀ ୧୬ ସକାଳ ୮ଟା ୩୦ମି.ରୁ ଫେବୃଆରୀ ୧୭ ତାରିଖ ସକାଳ ୮ଟା ୩୦ମି. ମଧ୍ୟରେ ନୂଆପଡା, ବରଗଡ, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ ଏବଂ ଦେଓଗଡର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ଏହି ସମୟ ମଧ୍ୟରେ ରାଜ୍ୟର ଅନ୍ୟ ଜିଲ୍ଲାରେ ପାଗ ଶୁଖିଲା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

ସେହିପରି ଫେବୃଆରୀ ୧୭ ତାରିଖ ସକାଳ ୮.୩୦ରୁ ଆଗାମୀ ୨୪ ଘଣ୍ଟା ପାଇଁ ରାଜ୍ୟର ୧୧ଟି ଜିଲ୍ଲାରେ ବଜ୍ରପାତ ଏବଂ ଘଡଘଡି ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଜିଲ୍ଲା ଗୁଡ଼ିକ ମଧ୍ୟରେ ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ଅନୁଗୁଳ, ବଲାଙ୍ଗିର, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର।

ତେବେ ଆସନ୍ତା ତିନିରୁ ଚାରି ଦିନ ମଧ୍ୟରେ ଓଡିଶାରେ ତାପମାତ୍ରାରେ କିଛି ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଜ୍ଞାନୀ ଏଚ୍.ଆର୍ ବିଶ୍ବାସ କହିଛନ୍ତି।

Leave A Reply

Your email address will not be published.