Latest Odisha News

BREAKING NEWS

ଆସନ୍ତା ୧୦ରୁ ୧୧ଟି ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ମଧ୍ୟରେ ପୁଣି ବର୍ଷା ସମ୍ଭାବନା । ଆସନ୍ତା ୧୦ରେ ୧୧ଟି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ପାଣିପାଗ ବିଭାଗର ପୂର୍ବାନୁମାନ ହୋଇଛି । ଘୂର୍ଣ୍ଣିବଳୟ ପ୍ରଭାବରେ ଉପାନ୍ତରୁ ଉପକୂଳ ସବୁଠି ବର୍ଷା ହେବ । ଧୀରେ ଧୀରେ ରାତିର ତାପମାତ୍ରା ବଢ଼ିବ ଓ ଶୀତ କମିବ ।

୧୧ଟି ଜିଲ୍ଲା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ଦେବଗଡ଼, ସମ୍ବଲପୁର, ବରଗଡ଼, ସୁବର୍ଣ୍ଣପୁର, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି ଓ ନବରଙ୍ଗପୁରରେ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି । ୪ଦିନ ଧରି ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ପଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ଉପକୂଳରେ ବର୍ଷାର ପରିମାଣ କମ୍ ରହିବ ।

ବର୍ଷା ଯୋଗୁଁ ପୁଣି ଚାଷୀଙ୍କ ପାଇଁ ଚିନ୍ତାର କାରଣ ସାଜିବ । ଆସନ୍ତା ୨ରୁ ୩ଦିନ ମଧ୍ୟରେ ୨ରୁ ୪ ଡ଼ିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହେବାର ସମ୍ଭାବନା ରହିଛି । ତେବେ ଆସନ୍ତା ୨୪ଘଣ୍ଟା ପର୍ଯ୍ୟନ୍ତ ଘନ କୁହୁଡ଼ି ପାଇଁ ୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Leave A Reply

Your email address will not be published.