Latest Odisha News

ଓଡିଶାର ୧୯ ଜିଲ୍ଲାରେ ଝଡବର୍ଷା ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୯ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ରବିବାର ଦିନ ଆକଳନ କରାଯାଇଛି ।

BjdElectrycity

ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ଢେଙ୍କାନାଳ, କଟକ (କଟକ ସହର), ନୟାଗଡ, ଖୋର୍ଦ୍ଧା (ଭୁବନେଶ୍ୱର), ଝାରସୁଗୁଡା, ଅନୁଗୁଳ, ଗଞ୍ଜାମ, ଗଜପତି, କେନ୍ଦ୍ରାପଡା, ଜଗତସିଂହପୁର, ବାଲେଶ୍ୱର, ସମ୍ବଲପୁର, ପୁରୀ, ସୁନ୍ଦରଗଡ, ବରଗଡ, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ ଓ ଭଦ୍ରକ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଦିନ ୨ଟା ୩୦ମି. ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।

Leave A Reply

Your email address will not be published.