Latest Odisha News

କାଳବୈଶାଖୀ ନେଇ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବ ଜାରି ରହିଛି। ଆଜି ୧୫ ଜିଲ୍ଲାକୁ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକରେ କାଳବୈଶାଖୀର ବିଶେଷ ପ୍ରଭାବ ଦେଖିବାକୁ ମିଳିବ। ବାଲେଶ୍ୱର ଏବଂ ମୟୂରଭଞ୍ଜ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ଏବଂ କୁଆପଥର ବର୍ଷା ହୋଇପାରେ । ସେହିପରି ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି। ତେବେ ଆଗାମୀ ୨ ଦିନ ଯାଏଁ କାଳବୈଶାଖୀ ଲାଗି ରହିବା ନେଇ ଆକଳନ କରିଛି ପାଣିପାଗ ବିଭାଗ।

ଅପରପକ୍ଷରେ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆଗାମୀ ୩ଦିନ ପରେ ବର୍ଷାର ପ୍ରଭାବ କମିବା ସହ ଅନେକ ସ୍ଥାନରେ ତାପମାତ୍ରା ବଢିବ। ପଶ୍ଚିମ ଓଡ଼ିଶାରେ ତାପମାତ୍ରା ୪୦ ଡିଗ୍ରୀ ଡେଇଁବା ନେଇ ଆକଳନ କରାଯାଇଛି।

Comments are closed.