Latest Odisha News

ଭୁବନେଶ୍ୱର ସମେତ ଏହି ୯ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଗାମୀ ୩ ଘଣ୍ଟା ମଧ୍ୟରେ ଭୁବନେଶ୍ବର ସମେତ ରାଜ୍ୟ ବିଭିନ୍ନ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି। ଏ ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପୂର୍ବାନୁମାନ କରିଛି।

ଶନିବାର ଦିନ ଅପରାହ୍ନ ୫ ଟା ପର୍ଯ୍ୟନ୍ତ କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ନୁଆପଡା, ନୟାଗଡ଼, ପୁରୀ, ଜଗତସିଂହପୁର, କଟକ ଏବଂ ଖୋର୍ଦ୍ଧା (ଭୁବନେଶ୍ୱରରେ) ଏହି ପାଣିପାଗ ଅବସ୍ଥା ଜାରି ରହିବ।

ଲୋକଙ୍କୁ ପାଣିପାଗ ଉପରେ ନଜର ରଖିବାକୁ ଏବଂ ସେହି ଅନୁଯାୟୀ ବଜ୍ରପାତରୁ ନିଜକୁ ରକ୍ଷା କରିବା ପାଇଁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

Leave A Reply

Your email address will not be published.