Latest Odisha News

ରାଜ୍ୟର ୧୮ ଜିଲ୍ଲାରେ ବର୍ଷା ଓ ବଜ୍ରପାତ ସମ୍ଭାବନା

ଭୁବନେଶ୍ୱର: ଭୁବନେଶ୍ୱର ସମେତ ଓଡିଶାର ୧୮ଟି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବା ନେଇ ଶନିବାର ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଏହି ଜିଲ୍ଲା ଗୁଡିକ ମଧ୍ଯରେ ରହିଛି- ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, କେନ୍ଦୁଝର, ଯାଜପୁର, ଅନୁଗୁଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା (ଭୁବନେଶ୍ୱର), ଦେଓଗଡ଼, ଗଞ୍ଜାମ, କନ୍ଧମାଳ, ଗଜପତି, ନବରଙ୍ଗପୁର, ନୂଆପଡା, ବରଗଡ଼, ରାୟଗଡ଼ା ଓ ବଲାଙ୍ଗିର।ଆଗାମୀ ୩ଘଣ୍ଟା ମଧ୍ୟରେ ଏସବୁ ଜିଲ୍ଲାରେ ସାମାନ୍ଯରୁ ମଧ୍ଯମଧରଣର ବର୍ଷା ଓ ବଜ୍ରପାତ ସମ୍ଭାବନା ରହିଛି।

ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ଏବଂ ବାହାରେ ଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

ଅଧିକ ପଢନ୍ତୁ- ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ଜାଣନ୍ତୁ ବାତ୍ୟା ନେଇ କ’ଣ କହୁଛି ଆଇଏମଡି…

ଉଲ୍ଲେଖଯୋଗ୍ୟ, କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ୨୧ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। କ୍ରମେ ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରି ଆହୁରି ତୀବ୍ର ବା ଘନୀଭୂତ ହେବ। ଏହାର ପ୍ରଭାବରେ ୨୩ ତାରିଖରୁ ଆସନ୍ତା ୩ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ନେଇ ସତର୍କ କରାଇଛି ପାଣିପାଗ ବିଭାଗ ।

Leave A Reply

Your email address will not be published.