Latest Odisha News

୨୬ରୁ ପୁଣି ପଶ୍ଚିମା ଝଡ଼, ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ପୁଣି ପ୍ରଭାବ ଦେଖାଇବ ପଶ୍ଚିମା ଝଡ଼ । ଆସନ୍ତା ୨୬ରୁ ରାଜ୍ୟରେ ପଶ୍ଚିମା ଝଡ଼ ପ୍ରଭାବରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ । ଝଡ଼-ପବନର ବେଗ ଘଣ୍ଟା ପ୍ରତି ୩୦ ରୁ ୪୦ କିମି ରହିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

୨୬ ତାରିଖରେ କାଳବୈଶାଖୀ ନେଇ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

୨୭ ତାରିଖରୁ ବର୍ଷାର ବିସ୍ତୃତି ବଢ଼ିବ । ୧୧ ଉପକୂଳ ଜିଲ୍ଲା ପାର୍ଶ୍ଵବର୍ତ୍ତୀ ଜିଲ୍ଲା ଝଡ଼ ପବନ ସହ ବିଜୁଳି ଘଡଘଡି ବର୍ଷା ହେବ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

ଆଗାମୀ ୨ ଦିନ ମଧ୍ୟରେ ଦିନ ତାପମାତ୍ରା ୨ରୁ ୪ ଡିଗ୍ରୀ ବିଭିନ୍ନ ସ୍ଥାନରେ ବଢ଼ିବ । ତା ପରେ ଆଉ ବିଶେଷ ପରିବର୍ତ୍ତନ ହେବ ନାହିଁ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

Leave A Reply

Your email address will not be published.