Latest Odisha News

BREAKING NEWS

ଆଗାମୀ ୩ ଘଣ୍ଟାରେ କାଳବୈଶାଖୀ ନେଇ ଖୋର୍ଦ୍ଧା, କଟକ ସହ ୧୩ ଜିଲ୍ଲାକୁ ସତର୍କତା

ଭୁବନେଶ୍ୱର: କାଳବୈଶାଖୀ ନେଇ ୧୩ ଜିଲ୍ଲାକୁ ସତର୍କତା । ଆଗାମୀ ୩ ଘଣ୍ଟା ମଧ୍ୟରେ କାଳବୈଶାଖୀ ବର୍ଷା ସହ ଝଡ଼ ପବନ ନେଇ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ପାଣିପାଗ ବିଭାଗ ପକ୍ଷରୁ ଜାରି ସତର୍କତା ଅନୁସାରେ, ଆଗାମୀ ୩ ଘଣ୍ଟା ମଧ୍ୟରେ କାଳବୈଶାଖୀ ବର୍ଷା ସହ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ଝଡ଼ପବନ ହୋଇପାରେ ।

ଏନେଇ କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ସୋନପୁର, ବଲାଙ୍ଗିର ଓ ବୌଦ୍ଧ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । ପାଗକୁ ନଜରରେ ରଖି ବଜ୍ରପାତ ବେଳେ ସୁରକ୍ଷିତ ସ୍ଥାନକୁ ଚାଲିଯିବା ପରାମର୍ଶ ଦେଇଛି ପାଣିପାଗ ବିଭାଗ ।

ଆଗାମୀ ୫ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମଧରଣର ବର୍ଷା ସହ ଘଡ଼ଘଡ଼ି ହୋଇପାରେ । ୭ ତାରିଖରେ କାଳବୈଶାଖୀ ନେଇ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ନୟାଗଡ଼, ରାୟଗଡ଼ା, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ଖୋର୍ଦ୍ଧା, କଟକ ଓ ଯାଜପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

ଆଗାମୀ ୨ ଦିନ ମଧ୍ୟରେ ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ ଯାଏ ବୃଦ୍ଧି ପାଇବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

Leave A Reply

Your email address will not be published.