ଭୁବନେଶ୍ୱର: ୨୧ତାରିଖରେ ରାଜ୍ୟର ୬ଜିଲ୍ଲାକୁ ବର୍ଷା ସମ୍ଭାବନା । ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ତଥା ପାଶ୍ୱବର୍ତ୍ତୀ ଆଣ୍ଡାମାନ ସାଗର ଅଞ୍ଚଳରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ସମୁଦ୍ରପତ୍ତନଠାରୁ ୭.୬ କିଲୋମିଟର ଉପରେ ଏହା ରହିଛି । ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ । ଆସନ୍ତାକାଲି ଦକ୍ଷିଣ ବଙ୍ଗୋପସାଗର ଅଞ୍ଚଳର ମଧ୍ୟଭାଗରେ ଏକ ଅବପାତ ରୂପନେବ ।
ଏହାସହ ପରବର୍ତ୍ତୀ ୩ ଦିନ ଯାଏଁ ତାମିଲନାଡୁ-ପୁଡୁଚେରୀ ଏବଂ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳମୁହାଁ ହେବା ସମ୍ଭାବନା ଅଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ୨୧ତାରିଖ ବେଳକୁ ଗଞ୍ଜାମ, ଗଜପତି, ରାୟଗଡା, କନ୍ଧମାଳ, ମାଲକାନଗିରି, କୋରାପୁଟ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି ।
ରାଜ୍ୟରେ ଶୀତଲହରୀ ଜାରି ରହିଛି । ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ଶୀତ ଅନୁଭୂତ ହେଉଛି । ୨୧ ତାରିଖ ପରେ ସେହି ସବୁ ସ୍ଥାନରେ ଶୀତ ବଢିବାର ସମ୍ଭାବନା ରହିଛି ।
Comments are closed.