Latest Odisha News

BREAKING NEWS

ଆହୁରି ୨ଦିନ ବର୍ଷିବ; ଆଜି ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ସାରା ରାଜ୍ୟରେ ଘୁର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨ଦିନ ଯାଏଁ ବର୍ଷା ଲାଗି ରହିବ । ଆଜି ପାଇଁ ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବରଗଡ, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ଢ଼େଙ୍କାନାଳ, ନୟାଗଡ, କଟକ, ଖୋର୍ଦ୍ଧା, ଜଗତସିଂହପୁର ଓ ଗଞ୍ଜାମ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାରେ ଘଡଘଡି ଓ ବର୍ଷା ହେବା ସହ ୩୦ରୁ ୪୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି ।

ସୁନ୍ଦରଗଡ, କେନ୍ଦୁଝର, ଦେବଗଡ, ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶାରେ ଆସନ୍ତା ୮ ତାରିଖ ଯାଏଁ ବର୍ଷା ହେବାର ସମ୍ଭାବନା ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ଗୁଣପୁରରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି ।

Leave A Reply

Your email address will not be published.