ଭୁବନେଶ୍ୱର: ଆଗାମୀ ୪ ଦିନ ଯାଏ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ। ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଅଧିକ ବର୍ଷା ହୋଇପାରେ ଆଜି ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୫ ଜିଲ୍ଲା ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ବିଜୁଳି ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ପାଇଁ ୧୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି।
୧୭ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଅଛି। ୧୮ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ। ୧୯ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ ଓ କଳାହାଣ୍ଡିରେ ପ୍ରବଳ ବର୍ଷା ସମ୍ଭାବନା ଅଛି ।
ଝାଡ଼ଖଣ୍ଡ ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରୁ ଅବପାତ ଦୂର୍ବଳ ହୋଇ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ଉତ୍ତର ଝାଡ଼ଖଣ୍ଡ ଓ ସଂଲଗ୍ନ ଦକ୍ଷିଣ ବିହାର ଉପରେ ସକ୍ରିୟ ରହିଛି । ଏହା ଧୀରେ ଧୀରେ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରିବ। ଏହା ସହ ଉତ୍ତର ପୂର୍ବ ବଙ୍ଗୋପସାଗର ଉପରେ ମଧ୍ୟ ଏକ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏହା ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷାର ପୂର୍ବାନୁମାନ ହୋଇଛି। ୧୯ ଯାଏ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ଥିବା ସତର୍କ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର।
Comments are closed.