Latest Odisha News

BREAKING NEWS

ଦିନ ଗୋଟାଏ ଯାଏ ଖୋର୍ଦ୍ଧା, ପୁରୀ ସହ ୧୧ ଜିଲ୍ଲାରେ ବର୍ଷା

ଭୁବନେଶ୍ୱର: ୧୩ ଜିଲ୍ଲାକୁ ବର୍ଷା ନେଇ ସତର୍କ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଦିନ ଗୋଟାଏ ଯାଏ ୧୩ଟି ଜିଲ୍ଲାରେ ବର୍ଷା ହୋଇପାରେ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସ୍ୱଳ୍ପରୁ ମଧ୍ୟମଧରଣର ବର୍ଷା ସମ୍ଭାବନା ରହିଛି । ଏଥିସହ ଭଦ୍ରକ, କେନ୍ଦ୍ରାପଡ଼ା, ବାଲେଶ୍ୱର, କେନ୍ଦୁଝର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, କୋରାପୁଟ ଓ ରାୟଗଡ଼ା ଜିଲ୍ଲାର କିଛି ସ୍ଥାନରେ ବଜ୍ରପାତ ହୋଇପାରେ ।

ବଜ୍ରପାତକୁ ଦେଖି ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ଚାଲିଯିବାକୁ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି ।

Leave A Reply

Your email address will not be published.