Latest Odisha News

ଆଜି ଏହି ୧୫ଟି ଜିଲ୍ଲାରେ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ମଙ୍ଗଳବାର ଦିନ ୧୫ଟି ଜିଲ୍ଲାରେ ବଜ୍ରପାତ ସହିତ ବର୍ଷା ହେବାର ସମ୍ଭାବନା ରହିଥିବାର ଭାରତୀୟ ପାଣିପାଗ ବିଭାଗ ସୂଚନା ପ୍ରଦାନ କରିଛି ।

ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ ରାଜ୍ୟର ଯେଉଁ ୧୫ଟି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ସେହି ଜିଲ୍ଲାଗୁଡ଼ିକ ହେଲା – ରାୟଗଡ଼ା, କୋରାପୁଟ, ଗଜପତି, କଳାହାଣ୍ଡି, ମାଲକାନଗିରି, ନବରଙ୍ଗପୁର, କନ୍ଧମାଳ, ଗଞ୍ଜାମ, ପୁରୀ, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲା ।

ଏହାବ୍ୟତୀତ ବୁଧବାର ଦିନ କେତେକ ଉତ୍ତର ଆଭ୍ୟନ୍ତରୀଣ ଓ ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଭାବେ ସୋନପୁର, ବୌଦ୍ଧ, ବଲାଙ୍ଗୀର ଓ କନ୍ଧମାଳ ଜିଲ୍ଲାରେ ବୃଷ୍ଟିପାତର ସମ୍ଭାବନା ରହିଛି ।

ଗୁରୁବାର ଦିନ ସୋନପୁର ବୌଦ୍ଧ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।

ଶୁକ୍ରବାର ଦିନ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ସମ୍ବଲପୁର, ଦେଓଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେବ । ସେହିପରି ଭାବେ ସୋନପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ନୟାଗଡ଼, ଖୋର୍ଦ୍ଧା, ପୁରୀ ଏବଂ ଗଞ୍ଜାମ ଜିଲ୍ଲାରେ ବୃଷ୍ଟିପାତ ହେବାର ସମ୍ଭାବନା ରହିଛି ।

ମାର୍ଚ୍ଚ ୧୧ – ସୁନ୍ଦରଗଡ଼, ଦେଓଗଡ଼, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, କନ୍ଧମାଳ, ଯାଜପୁର, ଭଦ୍ରକ ଏବଂ ବାଲେଶ୍ୱର ଜିଲ୍ଲା ।
ମାର୍ଚ୍ଚ ୧୨ – ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଅନୁଗୁଳ, ଢେଙ୍କାନାଳ, ନୟାଗଡ଼, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି ଏବଂ ଖୋର୍ଦ୍ଧା ।
ମାର୍ଚ୍ଚ ୧୩ – ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ସମ୍ବଲପୁର, ଦେଓଗଡ଼, କନ୍ଧମାଳ ଏବଂ ଗଞ୍ଜାମ ଜିଲ୍ଲା ।
Leave A Reply

Your email address will not be published.