ଭୁବନେଶ୍ୱର: ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ମେଘୁଆ ପାଗ ରହିଛି । ଆଗାମୀ ୩ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ବର୍ଷା ନେଇ ୧୧ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଟ୍ୱିନ୍ ସିଟି କଟକ, ଭୁବନେଶ୍ୱର ସମତେ ୧୧ ଜିଲ୍ଲାର କିଛି ସ୍ଥାନରେ ମଧ୍ୟମଧରଣର ବର୍ଷା ସହ ଘଡ଼ଘଡ଼ି ନେଇ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ପୁରୀ, କଟକ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ଗଜପତି, ଗଞ୍ଜାମ, ଢେଙ୍କାନାଳ, କେନ୍ଦୁଝର, ଯାଜପୁର, ଭଦ୍ରକ ଓ ଜଗତସିଂହପୁର ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ପାଗକୁ ଦେଖି ଲୋକଙ୍କୁ ସୁରକ୍ଷିତ ଜାଗାକୁ ଯିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
୧୮ ସେପ୍ଟେମ୍ବର ବେଳକୁ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି
ପ୍ରଭାବରେ ରାଜ୍ୟରେ ବଢିବ ବର୍ଷାର ବିସ୍ତୃତି ଏବଂ ପରିମାଣ
ବର୍ତ୍ତମାନ ସୁଦ୍ଧା ଚଳିତ ମୌସୁମି ଋତୁରେ 1084.3 ମିମି ବର୍ଷା ରେକର୍ଡ କରାଯାଇଛି, ଯାହାକି ସ୍ୱାଭାବିକ ବର୍ଷା ତୁଳନାରେ 5% ଅଧୀକ
— Meteorological Centre, Bhubaneswar (@mcbbsr) September 13, 2022
ଅନ୍ୟପଟେ ଆସନ୍ତା ୧୮ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ବାୟୁ ମଣ୍ଡଳର ଉପରି ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ପ୍ରଭାବରେ ରାଜ୍ୟରେ ବର୍ଷା ବଢ଼ିବ । ଚଳିତ ମୌସୁମୀ ଋତୁରେ ବର୍ତ୍ତମାନ ସୁଦ୍ଧା ୧୦୮୪.୩ ମିମି ବର୍ଷା ବର୍ଷା ରେକର୍ଡ କରାଯାଇଛି । ଯାହାକି ସ୍ୱାଭାବିକ ବର୍ଷା ତୁଳନାରେ ୫% ଅଧିକ ।
Comments are closed.