Latest Odisha News

ଆଜିଠୁ ରାଜ୍ୟରେ ବର୍ଷା, ୭ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ

ଭୁବନେଶ୍ୱର: ଆଜିଠୁ ରାଜ୍ୟରେ ବଦଳିବ ପାଗ । ପଶ୍ଚିମା ଝଡ଼ ପ୍ରଭାବରେ ବର୍ଷା ହେବ । ବଙ୍ଗୋପସାଗରରୁ ଉଷ୍ମ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ଓଡିଶା ମୁହାଁ ହେଉଛି । ଏହାର ପ୍ରଭାବରେ ଉତ୍ତର-ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । ୭ ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷା ନେଇ ୟେଲୋ ଓ୍ୱାର୍ଣ୍ଣିଂ ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏସବୁ ଜିଲ୍ଲା ହେଲା ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, ମୟୂରଭଞ୍ଜ ଓ କେନ୍ଦୁଝର ।

ସେହିପରି ଆସନ୍ତାକାଲି ଉତ୍ତର ଓଡ଼ିଶାର ୧୩ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ଏସବୁ ଜିଲ୍ଲାଗୁଡ଼ିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ୱଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ।

ସେହିପରି ୯ ଜିଲ୍ଲା ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜରେ କୁଆପଥର ବର୍ଷା ସମ୍ଭାବନା ଥିବା କହିଛି ପାଣିପାଗ କେନ୍ଦ୍ର । ୫ ତାରିଖରୁ ରାଜ୍ୟରେ ପାଗ ଶୁଖିଲା ରହିବ ।

Comments are closed, but trackbacks and pingbacks are open.