Latest Odisha News

ରାଜ୍ୟରେ ପୁଣି ବଢିବ ବର୍ଷା

ଭୁବନେଶ୍ବର : ରାଜ୍ୟରେ ପୁଣି ବଢିବ ବର୍ଷା । ଜୁଲାଇ ପହିଲାରେ ରାଜ୍ୟର ୮ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ସେହି ଜିଲ୍ଲାଗୁଡ଼ିକ ହେଲା, କୋରାପୁଟ, ମାଲକାନଗିରି, କଟକ, ନୟାଗଡ଼, ଖୋର୍ଧା, ଜଗତସିଂହପୁର, ପୁରୀ ଓ କେନ୍ଦ୍ରାପଡ଼ା । ଏସବୁ ଜିଲ୍ଲା ସମେତ ବାଲେଶ୍ବର, ଭଦ୍ରକ, ଯାଜପୁର, ଗଞ୍ଜାମ, ଗଜପତି କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାର କିଛି ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଏଥିସହ ଜୁଲାଇ ୨ ତାରିଖରେ କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର, ଅନୁଗୁଳ ଓ ଢେଙ୍କାନାଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହାକୁ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୩ଦିନ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

BjdElectrycity

କେନ୍ଦ୍ରର ସୂଚନା ମୁତାବକ ଗତ ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଯାଇଛି । ଉତ୍ତର ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ହାଲ୍‌କାରୁ ମଧ୍ୟମଧରଣର ବର୍ଷା ହୋଇଥିବା ବେଳେ ଉତ୍ତର ଆଭ୍ୟନ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ଅତିପ୍ରବଳ ବର୍ଷା ହୋଇଛି।  ଆସନ୍ତାକାଲି ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳରେ ପାଗ ମେଘୁଆ ରହିବା ସହ ସ୍ବଳ୍ପବର୍ଷା ହୋଇପାରେ । ରାଜଧାନୀର ସର୍ବାଧିକ ତାପମାତ୍ରା ୩୩ ଡିଗ୍ରି ଭିତରେ ରହିବା ସହ ସର୍ବନିମ୍ନ ତାପମାତ୍ରା ୨୫ଡିଗ୍ରି ମଧ୍ୟରେ ରହିବ ।

Leave A Reply

Your email address will not be published.