Latest Odisha News

BREAKING NEWS

ରାଜ୍ୟରେ ଆଜିଠୁ ବଢିବ ବର୍ଷା; ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ଆଜିଠୁ ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ  । ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାରି ପ୍ରଭାବରେ ରାଜ୍ୟରେ ଆଜିଠାରୁ ବର୍ଷା ପରିମାଣ ବଢ଼ିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ଅତି ପ୍ରବଳ ବର୍ଷା ପାଇଁ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, କନ୍ଧମାଳ ଏବଂ ମୟୂରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ସତର୍କତା ଜାରି କରାଯାଇଛି।  ସେହିପରି ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ବରଗଡ଼, ସମ୍ବଲପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି ।

ସେହିଭଳି ଆସନ୍ତାକାଲି ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୭ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଥିବା ବେଳେ ପ୍ରବଳ ବର୍ଷା ନେଇ ୧୪ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ଆସନ୍ତାକାଲି ସକାଳୁ ୮ ତାରିଖ ସକାଳ ପର୍ଯ୍ୟନ୍ତ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଯାଜପୁର ଓ କଟକ ଜିଲ୍ଲାରେ ପ୍ରବଳ ବୃଷ୍ଟିପାତ ହେବା ସମ୍ଭାବନା ରହିଛି । ଆସନ୍ତା ୧୦ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ବର୍ଷା ଲାଗି ରହିବା ନେଇ ଆକଳନ କରିଛି ପାଣିପାଗ ବିଭାଗ।

Leave A Reply

Your email address will not be published.