Latest Odisha News

ବର୍ଷା ଓ ବଜ୍ରପାତ ନେଇ ୧୩ ଜିଲ୍ଲାକୁ ୟେଲୋ ସତର୍କତା

ଭୁବନେଶ୍ୱର: ଭୁବନେଶ୍ୱର ସମେତ ଓଡିଶାର ୧୩ଟି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବା ନେଇ ୟେଲୋ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଆଗାମୀ ୩ଘଣ୍ଟା ମଧ୍ୟରେ ଏସବୁ ଜିଲ୍ଲାରେ ସାମାନ୍ଯରୁ ମଧ୍ଯମଧରଣର ବର୍ଷା ଓ ବଜ୍ରପାତ ସମ୍ଭାବନା ରହିଛି।

ଏହି ଜିଲ୍ଲା ଗୁଡିକ ମଧ୍ଯରେ ରହିଛି- ପୁରୀ, ଖୋର୍ଦ୍ଧା (ଭୁବନେଶ୍ୱର), କଟକ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ବୌଦ୍ଧ, ଦେଓଗଡ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ ଏବଂ କୋରାପୁଟ।

ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ଏବଂ ବାହାରେ ଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

Comments are closed.