Latest Odisha News

BREAKING NEWS

୨୦ ସକାଳ ଯାଏ ଘଡ଼ଘଡ଼ି ବର୍ଷା, ୧୮ରେ ଛେଚିବ କୁଆପଥର

ଭୁବନେଶ୍ୱର: ରାଜ୍ୟରେ ପଶ୍ଚିମା ଝଡ଼ର ପ୍ରଭାବ ଲାଗି ରହିଛି । ପଶ୍ଚିମା ଝଡ଼ ପ୍ରଭାବରେ ୧୭ ସକାଳ ୮ଟା ୩୦ ଯାଏ ଘଡ଼ଘଡ଼ି ଓ ବର୍ଷା ନେଇ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡ଼ା, ବରଗଡ଼, ମାଲକାନଗିରି, କୋରାପୁଟ ଓ ରାୟଗଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ବର୍ଷା ସହ ଘଣ୍ଟାପ୍ରତି ଝଟକା ପବନର ବେଗ ୪୦ରୁ ୫୦ କିଲୋମିଟର ରହିପାରେ ।

୧୭ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଞ୍ଜାମ, କନ୍ଧମାଳ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ନେଇ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ୧୮ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଖୋର୍ଦ୍ଧା, ପୁରୀ, ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଜିଲ୍ଲାକୁ ବର୍ଷା ଘଡ଼ଘଡ଼ି ନେଇ ସତର୍କ ସୂଚନା ଦିଆଯାଇଛି ।

ଏଥିସହ ୧୮ ତାରିଖରେ କେନ୍ଦୁଝର, ଯାଜପୁର, ଢେଙ୍କାନାଳ, କଟକ, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କୁଆପଥର ବର୍ଷା ସମ୍ଭାବନା ରହିଛି । ୧୯ ତାରିଖରେ ବର୍ଷା ଓ ଘଡ଼ଘଡ଼ି ନେଇ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ବୌଦ୍ଧ ଓ କଳାହାଣ୍ଡିକୁ ୟେଲୋ ୱାର୍ଣ୍ଣିଂ ରହିଛି ।

Leave A Reply

Your email address will not be published.