Latest Odisha News

BREAKING NEWS

ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୧୩ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶନିବାର ଦିନ ପୂର୍ବାନୁମାନ କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ମୟୁରଭଞ୍ଜ,  ବାଲେଶ୍ବର, କେନ୍ଦୁଝର, ଢେଙ୍କାନାଳ, ଯାଜପୁର,ନୂଆପଡା, କଳାହାଣ୍ଡି, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ଭଦ୍ରକ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ରାତି ୮ଟା ୩୦ମି. ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।

Leave A Reply

Your email address will not be published.