Latest Odisha News

BREAKING NEWS

ବଜ୍ରପାତ ସହ ବର୍ଷା ଆଶଙ୍କା; ୧୯ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୯ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଗୁରୁବାର ଦିନ ଆକଳନ କରାଯାଇଛି ।

ଉକ୍ତ ଜିଲ୍ଲା ଗୁଡିକ ମଧ୍ୟରେ ମାଲକାନଗିରି, ସୁନ୍ଦରଗଡ, ବୌଦ୍ଧ, ସମ୍ବଲପୁର, ନବରଙ୍ଗପୁର, ନୂଆପଡା, କଳାହାଣ୍ଡି, ନୟାଗଡ, କଟକ, ଢେଙ୍କାନାଳ, ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, କୋରାପୁଟ, ରାୟଗଡା, ଗଞ୍ଜାମ, କନ୍ଧମାଳ, ଅନୁଗୁଳ ଓ ଦେବଗଡ ରହିଛି ।

ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଅଧିକ ପଢନ୍ତୁ- ଆଜିବି ପ୍ରବଳ ବର୍ଷିବ: ଏହିସବୁ ଜିଲ୍ଲାକୁ ସତର୍କ ସୂଚନା

ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଦିନ ୩ଟା ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।

Leave A Reply

Your email address will not be published.