Latest Odisha News

BREAKING NEWS

ଘଡଘଡି ସହ ବର୍ଷା ଆଶଙ୍କା, ୭ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର: ରାଜ୍ୟର ପ୍ରାୟ ୭ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ବୁଧବାର ଦିନ ଆକଳନ କରାଯାଇଛି ।

ବିଭାଗ ପକ୍ଷରୁ ଜାରି ବୁଲେଟିନ୍ ଅନୁଯାୟୀ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ବୌଦ୍ଧ, ନୟାଗଡ, କଟକ ଓ ଖୋର୍ଦ୍ଧା (ଭୁବନେଶ୍ୱର) ଆଦି ସ୍ଥାନରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ଆଶଙ୍କା ରହିଛି ।

ଏହିସବୁ ଜିଲ୍ଲାଗୁଡିକରେ ଦ୍ୱିପ୍ରହର ୩ଟା ୩୦ମି. ପର୍ଯ୍ୟନ୍ତ ସତର୍କ ରହିବାକୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।

Leave A Reply

Your email address will not be published.