Latest Odisha News

BREAKING NEWS

ଓଡିଶାର ୮ଟି ଜିଲ୍ଲାରେ ବର୍ଷା ସହ ବଜ୍ରପାତ ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୮ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶୁକ୍ରବାର ଦିନ ଆକଳନ କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ଝାରସୁଗୁଡା, ଦେବଗଡ଼, କୋରାପୁଟ, ସମ୍ବଲପୁର, ମାଲକାନଗିରି, ନବରଙ୍ଗପୁର, ସୁନ୍ଦରଗଡ଼ ଓ କଳାହାଣ୍ଡି ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ସନ୍ଧ୍ୟା ୬ଟା ୪୫ମି. ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।

Leave A Reply

Your email address will not be published.