Latest Odisha News

୮ଟି ଜିଲ୍ଲାରେ ବର୍ଷା ସହ ହେବ ଝଡତୋଫାନ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୮ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ମଙ୍ଗଳବାର ଦିନ ପୂର୍ବାନୁମାନ କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ଗଞ୍ଜାମ, କନ୍ଧମାଳ, ନୂଆପଡା, ବରଗଡ, ସୋନପୁର, ବୌଦ୍ଧ, କଳାହାଣ୍ଡି ଓ ବଲାଙ୍ଗିର ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଦିନ ୨ଟା ୪୫ମି. ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।

ତେବେ ଏହିସବୁ ଜିଲ୍ଲାରେ ଘଣ୍ଟାପ୍ରତି ୩୦ରୁ ୪୦ କିମି. ବେଗରେ ପବନର ବହିବାର ଆଶଙ୍କା ରହିଥିବା ନେଇ ଆକଳନ କରିଛି ପାଣିପାଗ ବିଭାଗ ।

Leave A Reply

Your email address will not be published.