Latest Odisha News

BREAKING NEWS

ଆଗାମୀ ୪୮ ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ବର୍ଷା ସମ୍ଭାବନା: ଆଇଏମଡି

ଭୁବନେଶ୍ୱର : ଆଗାମୀ ୪୮ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏଡି) ପକ୍ଷରୁ ଆକଳନ କରାଯାଇଛି ।

ଗଣମାଧ୍ୟମକୁ ସୂଚନା ଦେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଜଣେ ଅଧିକାରୀ ମଦନ ମୋହନ ଦାସ କହିଛନ୍ତି, ଶନିବାର ଦିନ ଉତ୍ତର ଓଡିଶାର କିଛି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏହାବ୍ୟତିତ ରାଜ୍ୟରେ ଆଗାମୀ ୨ ଦିନ ତଥା ସୋମବାର ଦିନ ଯାଏଁ ପାଗ ଶୁଖିଲା ରହିବ ବୋଲି ସେ ପ୍ରକାଶ କରିଛନ୍ତି ।

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ୧୩ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ସେଥିମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଦେବଗଡ, ସମ୍ବଲପୁର, ଅନୁଗୁଳ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା ଓ ନୟାଗଡ ଆଦି ଜିଲ୍ଲା ରହିଛି ବୋଲି ଶ୍ରୀଯୁକ୍ତ ଦାସ ସୂଚନା କହିଛନ୍ତି ।

Leave A Reply

Your email address will not be published.