Latest Odisha News

BREAKING NEWS

ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୧୩ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଗୁରୁବାର ଦିନ ପୂର୍ବାନୁମାନ କରାଯାଇଛି ।

ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଦ୍ୱିପ୍ରହର ୩ଟା ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡା, ବାଲେଶ୍ୱର, ମୟୂରଭଞ୍ଜ, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ଅନୁଗୁଳ, ମାଲକାନଗିରି, ପୁରୀ, ନବରଙ୍ଗପୁର ଓ କୋରାପୁଟ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

Leave A Reply

Your email address will not be published.