ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୪ ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରବିବାର ଦିନ ପୂର୍ବାନୁମାନ କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର ଓ ଖୋର୍ଦ୍ଧା ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।

ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଅପରାହ୍ନ ୪ଟା ୩୦ମି. ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।