ଭୁବନେଶ୍ୱର : ରାଜ୍ୟର ଭୁବନେଶ୍ୱର ସମେତ ୧୩ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ବୁଧବାର ଦିନ ଆକଳନ କରାଯାଇଛି ।
ମିଳିଥିବା ସୂଚନାନୁଯାୟୀ ମାଲକାନଗିରି, କୋରାପୁଟ, ରାୟଗଡା, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ନୂଆପଡା, ପୁରୀ, ଖୋର୍ଦ୍ଧା, ଭୁବନେଶ୍ୱର ଓ ଭଦ୍ରକ ଆଦି ଅଞ୍ଚଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ଆଶଙ୍କା ରହିଛି ।
ଏହିସବୁ ସ୍ଥାନଗୁଡିକରେ ଦ୍ୱିପ୍ରହର ୨ଟା ଯାଏଁ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।
Comments are closed.