Latest Odisha News

BREAKING NEWS

ଓଡିଶାର କେଉଁସବୁ ଜିଲ୍ଲାରେ ବର୍ଷା ଆଶଙ୍କା ରହିଛି, ଜାଣନ୍ତୁ

ଭୁବନେଶ୍ୱର: ରାଜ୍ୟର ପ୍ରାୟ ୩ଟି ସ୍ଥାନରେ ବଜ୍ରପାତ ସହ ବର୍ଷା ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ମଙ୍ଗଳବାର ଦିନ ପୂର୍ବାନୁମାନ କରାଯାଇଛି।

ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ଆଜି ଦିନ ୧୧ଟା ୪୫ମି.ରୁ ୨ଟା ୪୫ମି. ମଧ୍ୟରେରାଜ୍ୟର ପ୍ରାୟ ୩ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି ।

 

ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ ନୂଆପଡା, ବଲାଙ୍ଗିର ଓ କଳାହାଣ୍ଡି ଆଦି ଜିଲ୍ଲାକୁ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଏହିସବୁ ଜିଲ୍ଲାରେ ସାମାନ୍ୟରୁ ମଧ୍ୟମଧରଣର ବର୍ଷା ହୋଇପାରେ ।

Leave A Reply

Your email address will not be published.