Latest Odisha News

ଆସନ୍ତା ୨୪ ଘଣ୍ଟାରେ ଏସବୁ ସ୍ଥାନରେ ବର୍ଷା ଆଶଙ୍କା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର କିଛି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସହ ଘଡଘଡି ସମ୍ଭାବନା ରହିଛି।

ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ନୂଆପଡ଼ା, ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଏବଂ ବାଲେଶ୍ବର ଆଦି ଜିଲ୍ଲାରେ ବର୍ଷା ଓ ବଜ୍ରପାତର ପୂର୍ବାନୁମାନ କରାଯାଇଛି।

ତେବେ ରାଜ୍ୟର କୌଣସି ଜିଲ୍ଲା ପାଇଁ ହଳଦିଆ ଚେତାବନୀ ଜାରି କରାଯାଇନାହିଁ।

ସେହିପରି ମାଲକାନଗିରିରେ ସର୍ବୋଚ୍ଚ ତାପମାତ୍ରା ୩୯ ଡିଗ୍ରୀ ସେଲସିୟସ ରେକର୍ଡ ହୋଇଥିବାବେଳେ ଭୁବନେଶ୍ୱରରେ ତାପମାତ୍ରା ୩୮.୯ ସେଲସିୟସ ରହିଥିଲା।

Comments are closed.