Latest Odisha News

BREAKING NEWS

ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର: ରାଜ୍ୟର ପ୍ରାୟ ୧୦ଟି ସ୍ଥାନରେ ବଜ୍ରପାତ ସହ ବର୍ଷା ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଶନିବାର ଦିନ ପୂର୍ବାନୁମାନ କରାଯାଇଛି ।

ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ଆଜି ସନ୍ଧ୍ୟା ୬ଟା ୧୫ମି. ପର୍ଯ୍ୟନ୍ତ ରାଜ୍ୟର ପ୍ରାୟ ଏହି ସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି ।

ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ ନୟାଗଡ, ଖୋର୍ଦ୍ଧା, ନୂଆପଡା, ବଲାଙ୍ଗିର, ବରଗଡ, କନ୍ଧମାଳ, ଗଞ୍ଜାମ, ବୌଦ୍ଧ, ଗଜପତି ଓ ପୁରୀ ଆଦି ଜିଲ୍ଲାକୁ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

Leave A Reply

Your email address will not be published.