ବଜ୍ରପାତ ସହ ବର୍ଷା ଆଶଙ୍କା; ୧୧ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୧ ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ବୁଧବାର ଦିନ ଆକଳନ କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ କଟକ, ଖୋର୍ଦ୍ଧା, କେନ୍ଦ୍ରାପଡା, ଜଗତସିଂହପୁର, ବାଲେଶ୍ଵର, ମୟୁରଭଞ୍ଜ, ଗଞ୍ଜାମ, ଗଜପତି, ରାୟଗଡା, ମାଲକାନଗିରି ଓ କୋରାପୁଟ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ।

ଏହିସବୁ ଜିଲ୍ଲା ଗୁଡିକରେ ବିଭାଗ ପକ୍ଷରୁ ଦିନ ୧୦ ଟା ୩୦ ରୁ ମଧ୍ୟାହ୍ନ ୧.୩୦ ଯାଏଁ ସତର୍କ ସୂଚନା ଜାରି କରାଯାଇଛି।