ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶନିବାର ଦିନ ଓଡିଶାର ପ୍ରାୟ ୧୫ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଜାରି ହୋଇଛି ସତର୍କ ସୂଚନା ।
ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ, କନ୍ଧମାଳ, ନୟାଗଡ଼, ଅନୁଗୁଳ, ଢେଙ୍କାନାଳ, କଟକ, କେନ୍ଦୁଝର, ମୟୁରଭଞ୍ଜ, କୋରାପୁଟ, ରାୟଗଡା, ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ଜଗତସିଂହପୁର, ଯାଜପୁର ଆଦି ଜିଲ୍ଲାର କିଛି ସ୍ଥାନରେ ଘଡଘଡି ସହ ମଧ୍ୟମ ଧରଣର ବର୍ଷା ହେବା ନେଇ ସୂଚନା ମିଳିଛି।
ଏହିସବୁ ଜିଲ୍ଲାଗୁଡିକୁ ପାଣିପାଗ ବିଭାଗ ପକ୍ଷରୁ ଅପରାହ୍ନ ୪.୪୫ ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।
Comments are closed.