Latest Odisha News

BREAKING NEWS

ଏହିସବୁ ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା; ପାଣିପାଗ ବିଭାଗର ସତର୍କ ସୂଚନା

ଭୁବନେଶ୍ୱର: ଆଞ୍ଚଳିକ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ରାଜ୍ୟର ୧୯ଟି ଜିଲ୍ଲାରେ ଗୁରୁବାର ଦିନ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ।

ଏହି ଜିଲ୍ଲା ଗୁଡିକ ହେଉଛି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ୱଲପୁର, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ସୋନପୁର, ବଲାଙ୍ଗିର ଓ ନୂଆପଡ଼ା । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌ ବିଶ୍ୱାସ ପୂର୍ବାନୁମାନ କରିଛନ୍ତି । ଏହି ସବୁ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଗୁରୁବାର ରାଜ୍ୟରେ ପାଗ ମେଘୁଆ ରହିବା ସହ କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ଚନ୍ଦ୍ର ସାହୁ ପୂର୍ବାନୁମାନ କରିଛନ୍ତି ।

୧୯ ତାରିଖରେ ମଧ୍ୟ ତାପମାତ୍ରା କମ ରହିବା ବେଳେ ୨୧ରୁ ଧୀରେ ଧୀରେ ତାପମାତ୍ରା ବଢ଼ିବା ନେଇ ସୂଚନା ମିଳିଛି । ୨୪ରୁ ସର୍ବୋଚ୍ଚ ତାପମାତ୍ରା ୩୪ରୁ ୩୫ ଡିଗ୍ରୀ ସେଲସିୟସ୍‌ ଉପରେ ରହିବ ବୋଲି ବିଭାଗ ପକ୍ଷରୁ ଅନୁମାନ କରାଯାଉଛି।

Leave A Reply

Your email address will not be published.