Latest Odisha News

BREAKING NEWS

ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ୬ ଟି ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ରାଜ୍ୟର ପ୍ରାୟ ୬ ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ମଙ୍ଗଳବାର ଦିନ ପୂର୍ବାନୁମାନ କରାଯାଇଛି ।

ପାଣିପାଗ କେନ୍ଦ୍ରର ସଦ୍ୟତମ ରିପୋର୍ଟ ଅନୁଯାୟୀ ବୁଧବାର ରାଜ୍ୟର ପ୍ରାୟ ଏହି ସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡଘଡି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ପୁରୀ ଗଞ୍ଜାମ,ଜଗତସିଂହପୁର, କେନ୍ଦ୍ରାପଡା, ଖୋର୍ଦ୍ଧା ଓ କଟକ ଆଦି ଜିଲ୍ଲାକୁ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

Leave A Reply

Your email address will not be published.