ବଜ୍ରପାତ ସହ ବର୍ଷା ଆଶଙ୍କା; ଏହିସବୁ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୮ ଟି ଜିଲ୍ଲାରେ ବର୍ଷା ସହ ଘଡଘଡି ସମ୍ଭାବନା ରହିଥିବା ନେଇ ବୁଧବାର ଦିନ ଆକଳନ କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ,ଗଞ୍ଜାମ, ଗଜପତି, ବାଲେଶ୍ଵର, ଭଦ୍ରକ, ଯାଜପୁର, ଜଗତସିଂହପୁର, କଟକ ଓ ଖୋର୍ଦ୍ଧା ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ।

ଏହିସବୁ ଜିଲ୍ଲା ଗୁଡିକକୁ ବିଭାଗ ପକ୍ଷରୁ ଅପରାହ୍ନ ୩ ଟା ଯାଏଁ ସତର୍କ ସୂଚନା ଜାରି କରାଯାଇଛି।