Latest Odisha News

ପାଣିପାଗ ବିଭାଗର ସତର୍କ ସୂଚନା; ଏହି ୯ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୯ ଟି ଜିଲ୍ଲାରେ ବର୍ଷା ସହ ଘଡଘଡି ସମ୍ଭାବନା ରହିଥିବା ନେଇ ସୋମବାର ଦିନ ଆକଳନ କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ, କୋରାପୁଟ, ରାୟଗଡା, ଗଜପତି, କନ୍ଧମାଳ, ଗଞ୍ଜାମ, ନୂଆପଡା, କଳାହାଣ୍ଡି, ମୟୁରଭଞ୍ଜ, କେନ୍ଦୁଝର, ଅନୁଗୁଳ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ।

ଏହିସବୁ ଜିଲ୍ଲା ଗୁଡିକକୁ ବିଭାଗ ପକ୍ଷରୁ ସନ୍ଧ୍ୟା ୬.୩୦ ଟା ଯାଏଁ ସତର୍କ ସୂଚନା ଜାରି କରାଯାଇଛି।

Leave A Reply

Your email address will not be published.