Latest Odisha News

BREAKING NEWS

ବଜ୍ରପାତ ସହ ବର୍ଷା ଆଶଙ୍କା; ଏହିସବୁ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୪ଟି ଜିଲ୍ଲାରେ ବର୍ଷା ସହ ଘଡଘଡି ସମ୍ଭାବନା ରହିଥିବା ନେଇ ଶୁକ୍ରବାର ଦିନ ଆକଳନ କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ, ମୟୁରଭଞ୍ଜ, ବାଲେଶ୍ଵର, ଯାଜପୁର ଓ ଭଦ୍ରକ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ।

ଏହିସବୁ ଜିଲ୍ଲା ଗୁଡିକକୁ ବିଭାଗ ପକ୍ଷରୁ ଦିନ ୧.୩୦ ଟା ଯାଏଁ ସତର୍କ ସୂଚନା ଜାରି କରାଯାଇଛି।

Leave A Reply

Your email address will not be published.