Latest Odisha News

BREAKING NEWS

ବଜ୍ରପାତ ସହ ବର୍ଷା ଆଶଙ୍କା; ଏହି ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୨ ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ବୁଧବାର ଦିନ ଆକଳନ କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ବାଲେଶ୍ଵର ଓ ମୟୁରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ।

ଏହିସବୁ ଜିଲ୍ଲା ଗୁଡିକକୁ ବିଭାଗ ପକ୍ଷରୁ ଦିନ ୧୦ ଟା ୩୦ ଯାଏଁ ସତର୍କ ସୂଚନା ଜାରି କରାଯାଇଛି।

Leave A Reply

Your email address will not be published.