Latest Odisha News

BREAKING NEWS

ପାଣିପାଗ ବିଭାଗର ସତର୍କ ସୂଚନା; ଏହି ୭ ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୭ଟି ଜିଲ୍ଲାରେ ବର୍ଷା ସହ ଘଡଘଡି ସମ୍ଭାବନା ରହିଥିବା ନେଇ ସୋମବାର ଦିନ ଆକଳନ କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ, ଭଦ୍ରକ, ଖୋର୍ଦ୍ଧା, କେନ୍ଦୁଝର, ସୁନ୍ଦରଗଡ, କୋରାପୁଟ, ମାଲକାନଗିରି ଓ କଟକ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ।

ଏହିସବୁ ଜିଲ୍ଲା ଗୁଡିକକୁ ବିଭାଗ ପକ୍ଷରୁ ସନ୍ଧ୍ୟା ୬.୪୫ଟା ଯାଏଁ ସତର୍କ ସୂଚନା ଜାରି କରାଯାଇଛି।

Leave A Reply

Your email address will not be published.